ଯୋରନ୍ଦା ମେଳା

ଉଇକିପିଡ଼ିଆ ରୁ
Jump to navigation Jump to search
ଯୋରନ୍ଦା ମେଳା
ଅନ୍ୟ ନାମ ମହିମାମେଳା
ପାଳନକାରୀ ମହିମା ଧର୍ମାବଲମ୍ବୀ
ପ୍ରକାର ଧାର୍ମିକ
ଆରମ୍ଭ ମାଘ ତ୍ରୟୋଦଶୀ
ଶେଷ ମାଘ ପୂର୍ଣ୍ଣିମା
୨୦୧୮ ତାରିଖ date missing (please add)
ସମ୍ପର୍କିତ ମହିମା ଗୋସାଇଁ

ଢେଙ୍କାନାଳ ଜିଲ୍ଲାର ଯୋରନ୍ଦାଠାରେ ଏହି ପର୍ବ ପାଳନ କରାଯାଏ । ଦୂରଦୂରାନ୍ତରୁ ଅନେକ ଲୋକ ଏଇ ତିନିଦିନିଆଁ ମେଳାରେ ଭାଗ ନେବାକୁ ଆସିଥାନ୍ତି। ଏହିଦିନ ମହିମା ସନ୍ନ୍ୟାସୀମାନେ ମହିମା ଗୋସେଇଁଙ୍କ ସମାଧି ପୀଠରେ ପୂଜାର୍ଚ୍ଚନା କରିଥାନ୍ତି । ଅନେକ ମହିମା ସନ୍ନ୍ୟାସୀ ଏହିଦିନ ବୈରାଗୀରୁ ଅପରା ସନ୍ନ୍ୟାସୀ ଭାବେ ଘୋଷିତ ହୁଅନ୍ତି ।ଏହି ମେଳା ପ୍ରତିବର୍ଷ ମାଘମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ଦିନରେ ଅନୁଷ୍ଠିତ ହୁଏ । ଏହାର ପାଞ୍ଚଦିନ ପୂର୍ବରୁ ତଥା ଦଶମୀ ତିଥିରୁ ମହିମାଗାଦିରେ ସନ୍ନ୍ୟାସୀଙ୍କର ସମାବେଶ ହୁଏ । ତ୍ରୟୋଦଶୀ ପାହାନ୍ତାରେ ମହିମା ମେଳା ଆରମ୍ଭ ହୁଏ ଏବଂ ଏହାକୁ ପାହାନ୍ତା ପୂର୍ଣ୍ଣମୀ ମଧ୍ୟ କୁହାଯାଏ । ଏହି ଉତ୍ସବରେ ବେଢା ପରିକ୍ରମା କାର୍ଯ୍ୟ ହୋଇଥାଏ । ବଳ୍‌କଳଧାରୀ ମହିମା ସମାଜ ତରଫରୁ ଯେଉଁ ସନ୍ନ୍ୟାସୀମାନେ ବଳ୍‌କଳ ପାଇବାକୁ ଯୋଗ୍ୟ ଏବଂ କୌପୀନଧାରୀ ସମାଜ ପକ୍ଷରୁ ଯେଉଁମାନେ ଆଡ଼ବନ୍ଧ ପାଇବା ପାଇଁ ମନୋନୀତ ହୁଅନ୍ତି ସେମାନଙ୍କୁ ତାହା ପ୍ରଦାନ କରାଯାଏ । ଏହି ଉତ୍ସବ ଦେଖିବା ପାଇଁ ସାଧାରଣ ଭକ୍ତଙ୍କୁ ଅନୁମତି ନଥାଏ । ତ୍ରୟୋଦଶୀ ସନ୍ଧ୍ୟାରେ କୌପୀନଧାରୀ ମହିମାସମାଜ ଏବଂ ବଳ୍‌କଳଧାରୀ ମହିମା ସମାଜର କର୍ମକର୍ତ୍ତାଗଣ ନିର୍ବାଚିତ ହୁଅନ୍ତି । ବିଭିନ୍ନ ଦେଶ ବୁଲି ସନ୍ନ୍ୟାସୀମାନେ ଆଦାୟ କରିଥିବା ଅର୍ଥ ଏବଂ ସାମଗ୍ରୀ ମହିମାଗାଦିର କର୍ମକର୍ତ୍ତାଙ୍କ ହାତରେ ଅର୍ପଣ କରନ୍ତି । ଚତୁର୍ଦ୍ଦଶୀ ଦିନ ଦିବା ଦୁଇଘଣ୍ଟା ସମୟରୁ ଉତ୍ସବ ପାଳନର ପ୍ରସ୍ତୁତି ହୁଏ । ଆକାଶରେ ପୂର୍ଣ୍ଣ ଚାନ୍ଦ । ମନ୍ଦିର ବେଢାରେ ବାଦ୍ୟନିନାଦ । ଲୋକାରଣ୍ୟ ହୁଏ ମହିମାପୀଠ । ମୁହୁର୍ମୁହଃ ଉଚ୍ଚାରିତ ହେଉଥାଏ ଅଲେଖ ମହିମା ଶବ୍ଦ । ଆକାଶର ପୂର୍ଣ୍ଣଚନ୍ଦ୍ର ଏବଂ ଘିଅ ଦୀପାଳିର ଆଲୋକ ମିଶି ଗାଦିମନ୍ଦିରର ଶ୍ରୀ ଯୋଗେଶ୍ଵର ମହିମାଙ୍କ ସ୍ମୃତିକୁ ଅବଲୋକନ କରୁଛନ୍ତି ଯେପରି । ମହିମା ଧର୍ମ ଏକ ସ୍ଵତନ୍ତ୍ର ଧର୍ମ ନୁହେଁ ,ଏହା ବିଶୁଦ୍ଧ ହିନ୍ଦୁ ଧର୍ମର ଭିତ୍ତିଭୂମି ଉପରେ ପ୍ରତିଷ୍ଠିତ । କେତେକ ସାହିତ୍ୟିକ ପଣ୍ଡିତ ମତ ଦିଅନ୍ତି ଯେ ମହିମା ଧର୍ମ ବୌଦ୍ଧ ଧର୍ମର ରୂପାନ୍ତର , କିନ୍ତୁ ତାହା ସମ୍ପୂର୍ଣ୍ଣ ଭୁଲ । କାରଣ ବୌଦ୍ଧ ଧର୍ମ ଓ ମହିମା ଧର୍ମର ଲକ୍ଷ୍ୟ ସମ୍ପୂର୍ଣ୍ଣ ଅଲଗା । ବୌଦ୍ଧ ଧର୍ମର ଲକ୍ଷ୍ୟ ନିର୍ବାଣ ପ୍ରାପ୍ତି ଏବଂ ମହିମା ଧର୍ମର ଲକ୍ଷ୍ୟ ବ୍ରହ୍ମଲାଭ । ମହିମା ଧର୍ମରେ ଦୁଇ ଶ୍ରେଣୀର ସନ୍ନ୍ୟାସୀ ଦୃଷ୍ଟିଗୋଚର ହୁଅନ୍ତି I ସେମାନେ ହେଲେ କୌପୀନଧାରୀ ଓ ବଳ୍‌କଳଧାରୀ । ଦୁଇଗୋଷ୍ଠି ସନ୍ନ୍ୟାସୀଙ୍କର ସୃଷ୍ଟିକର୍ତ୍ତା ନିଜେ ଯୋଗେଶ୍ୱର ମହିମାପ୍ରଭୁ । ସ୍ଵୟଂ ଯୋଗେଶ୍ଵର ମହିମାପ୍ରଭୁ ମହିମାଧର୍ମର ପ୍ରବର୍ତ୍ତକ । ତାଙ୍କର ଜନ୍ମସ୍ଥାନ, ଜନ୍ମକାଳ ଓ ପିତାମାତାଙ୍କ ସମ୍ବନ୍ଧରେ ଏ ପର୍ଯ୍ୟନ୍ତ କୌଣସି ନିର୍ଦ୍ଦିଷ୍ଟ ପ୍ରମାଣ ମିଳିନାହିଁ । ଯୋଗେଶ୍ୱର ମହିମାପ୍ରଭୁ ଅଯୋନିସମ୍ଭୂତ ବୋଲି ଜଣାଯାଏ ।

କିମ୍ବଦନ୍ତୀ[ସମ୍ପାଦନା]

ସତ୍ୟମହିମା ଧର୍ମର ପ୍ରଚାର ପାଇଁ ଏହାର ପ୍ରତିଷ୍ଠାତା ମହିମାପ୍ରଭୁ ଯୋଗେଶ୍ଵର ପାଦରେ ସାରା ଓଡ଼ିଶା ଭ୍ରମଣ କରିଥିଲେ । ଶେଷରେ ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ଗ୍ରାମରେ ଉପସ୍ଥିତ ହୋଇ ଶିଷ୍ୟଙ୍କ ମଧ୍ୟରୁ ୮୪ଜଣଙ୍କୁ କୌପୀନ ଅବଂ ୯୧ଜଣଙ୍କୁ ବକ୍‌କଳ ପ୍ରଦାନ କରି ମହିମା ସନ୍ନ୍ୟାସୀ ନାମରେ ଅଭିହିତ କରିଥିଲେ । ଶ୍ରୀ ଦିଲ୍ଲୀଶ୍ୱରାବ୍ଦ ୧୨୮୩ ଫାଲଗୁନ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଶ୍ରୀ ଯୋଗେଶ୍ଵର ମହିମାପ୍ରଭୁ ପଦ୍ମାସନରେ ଉପବିଷ୍ଟ ହୋଇ ଦେହତ୍ୟାଗ କରିଥିଲେ I ତାଙ୍କର ଶରୀରକୁ ଯୋରନ୍ଦାଠାରେ ଭୂସମାଧି ଦିଆଗଲା ଏବଂ ଢେଙ୍କାନାଳ ନରେଶ ଅଲେଖ ମହିମା’ ମହାମନ୍ତ୍ର ଉଚ୍ଚାରଣ କରି ଏହି କାର୍ଯ୍ୟ ସମାପନ କରିଥିଲେ । ସେହି ସମାଧି ମନ୍ଦିର ବା ‘ସ୍ମୃତିମନ୍ଦିର’ ମହିମାଗାଦି ନାମରେ ପ୍ରସିଦ୍ଧ । ମହିମା ପ୍ରଭୁଙ୍କର ଦେହତ୍ୟାଗ ପରଠାରୁ ପ୍ରତିବର୍ଷ ମହିମାଗାଦି ପ୍ରାଙ୍ଗଣରେ ମହିମା ମେଳା ମହୋତ୍ସବ ପାଳିତ ହୋଇଆସୁଛି ।

ଯୋଗେଶ୍ଵର ମହାପ୍ରଭୁଙ୍କ ଆବିର୍ଭାବ ପୂର୍ବରୁ ଶ୍ରୀ ଅଚ୍ୟୁତାନନ୍ଦ ମହାପୁରୁଷ ତାଙ୍କ ଭବିଷ୍ୟତ ମାଳିକାରେ ଭଗବାନ ମହିମାପ୍ରଭୁଙ୍କ ଆବିର୍ଭାବ ହେବାକଥା ସୂଚନା ଦେଇଥିଲେ

“ପୁଣି କଳି ପାପଭାର ହୋଇବ ପ୍ରବଳ I
ଅଯୋନିସମ୍ଭୂତ ହେବେ ବୁଦ୍ଧ ଅବତାର II
ବିନା ଆହାରରେ ତହୁଁ ନେବେ କିଛିଦିନ I
ଯୋଗୀବେଶ ଧରିଥିବେ କପିଳାସ ସ୍ଥାନ II
ଗ୍ରାମେଗ୍ରାମେ ବୁଲିକରି ଯାଚୁଥିବେ ଜ୍ଞାନ I
ତହୁଁ ବୁଲି ବ୍ରହ୍ମାଣ୍ଡରେ ମାଗୁଥିବେ ଅନ୍ନ II
ଅନ୍ନ ନ ଦେବଟି ଭିକ୍ଷା ନଚାହିଁଲେ ଜ୍ଞାନ I
ଥୋକେ ବୋଲୁଥିବେ ଏ ତ ପାଗଳ ବଚନ II
ସପ୍ତଦ୍ୱୀପ ମହୀ ବୁଲି ସ୍ୱାମୀ ମହାବାହୁ I
ସତ୍ୟଧର୍ମ ଯାଚୁଥିବେ ନ ଚାହିଁବେ କେହୁ II
ଏଇମାତ୍ର ଭୋଇ (ଭୀମଭୋଇ) କିଛି ମହିମା ବଖାଣି I
କହିବେ ଥୋକାଏ ଜ୍ଞାନ ପ୍ରଭୁଠାରୁ ଶୁଣି II[୧]

ପ୍ରାଣିଙ୍କ ଆରତ ଦୁଃଖ ଅପ୍ରମିତ ଦେଖୁଦେଖୁ କେବା ସହୁ ମୋ ଜୀବନ ପଛେ ନର୍କେ ପଡ଼ି ଥାଉ ଜଗତ ଉଦ୍ଧାର ହେଉ

ଆଧାର[ସମ୍ପାଦନା]

  1. ରବିବାର ସମାଜ, ୫-୧୧ ଫେବୃଆରୀ ୨୦୧୨, ପୃଷ୍ଠା: ୭

ବାହାର ତଥ୍ୟ[ସମ୍ପାଦନା]